ଦୁର୍ଗନ୍ଧରେ ଫାଟି ପଡୁଛି କ୍ୟାପିଟାଲ ହସ୍ପିଟାଲ

ଦୁର୍ଗନ୍ଧରେ ଫାଟି ପଡୁଛି କ୍ୟାପିଟାଲ ହସ୍ପିଟାଲ

ଦୁର୍ଗନ୍ଧରେ ଫାଟି ପଡୁଛି କ୍ୟାପିଟାଲ ହସ୍ପିଟାଲ । କିନ୍ତୁ ନିଜ ଜିଦରେ ଅଟଳ ରହିଛନ୍ତି ସଫେଇ କର୍ମଚାରୀ । ୩ ଦିନ ହେବ କ୍ୟାପିଟାଲ ହସ୍ପିଟାଲରେ ଏହି ଭଳି ଦୃଶ୍ୟ ଦେଖିବାକୁ ମିଳୁଛି । ଯୁଆଡେ ଆଖି ବୁଲାଇଲେ ସିଆଡେ ଖାଲି ଅଳିଆ ଆବର୍ଜନା । ଅସ୍ୱାସ୍ଥ୍ୟକର ପରିବେଶରେ ଚାଲିଛି ରୋଗୀ ସେବା । କିନ୍ତୁ ଏସବୁ କୁ ଦେଖି ବି ସଫେଇ କର୍ମଚାରୀମାନେ ନିଜ ଜିଦରୁ ହଟୁନାହାନ୍ତି । ଫଳରେ ହସ୍ପିଟାଲରେ ସଫେଇ କାମ ଠପ୍ ହୋଇଯାଇଛି। ତେବେ ପୂଜା ବୋନସ୍ ସହ ୨୬ ଦିନ ବଦଳରେ ୩୦ ଦିନର ଦରମା ଦାବିରେ ଆନ୍ଦୋଳନରେ ବସିଛନ୍ତି ହସ୍ପିଟାଲ ସଫେଇ କର୍ମଚାରୀ। ଦାବି ପୂରଣ ନହେବା ଯାଏ ଆନ୍ଦୋଳନରୁ ଉଠବେ ନାହିଁ ବୋଲି ଚେତାବନୀ ଦେଇଛନ୍ତି।

author

Related Articles

Leave a Reply

Your email address will not be published. Required fields are marked *