ଆନ୍ଧ୍ରପ୍ରଦେଶର ବିଜୟନଗରମରେ ହୋଇଥିବା ଟ୍ରେନ୍ ଦୁର୍ଘଟଣା ପରେ ୩୩ ଟ୍ରେନ୍ ବାତିଲ କରାଯାଇଛି । ଭୁବନେଶ୍ୱରରୁ ଛାଡିବାକୁ ଥିବା ଭୁବନେଶ୍ୱର- ବିଶାଖାପାଟଣା ଇଂଟରସିଟି ଏକ୍ସପ୍ରେସ୍ ବାତିଲ କରାଯାଇଛି । ବିଶାଖାପାଟଣାରୁ ଛାଡିବାକୁ ଥିବା ବିଶାଖାପାଟଣା-ଭୁବନେଶ୍ୱର ଇଂଟରସିଟି ଏକ୍ସପ୍ରେସ୍ ମଧ୍ୟ ବାତିଲ ହୋଇଛି । ବିଶାଖାପାଟଣାରୁ ଯିବାକୁ ଥିବା ବିଶାଖାପାଟଣା-ପଲାସା ପାସେଞ୍ଜର ଓ ପଲାସାରୁ ଛାଡିବାକୁ ଥିବା ପଲାସା-ବିଶାଖାପାଟଣା ପାସେଞ୍ଜର ମଧ୍ୟ ବାତିଲ କରାଯାଇଛି । ସେହିପରି ବିଶାଖାପାଟଣାରୁ ବାହାରୁଥିବା ବିଶାଖାପାଟଣା-ତିରୁପତି ଓ ତିରୁପତିରୁ ଛାଡୁଥିବା ତିରୁପତି-ବିଶାଖାପାଟଣା ଏକ୍ସପ୍ରେସ୍ ମଧ୍ୟ ଆଜି ଚାଲିବ ନାହିଁ । ଏହା ସହ ବ୍ରହ୍ମପୁର-ବିଶାଖାପାଟଣା ଓ ବିଶାଖାପାଟଣା ବ୍ରହ୍ମପୁର ଟ୍ରେନ୍ ଆଜି ପାଇଁ ବାତିଲ କରାଯାଇଛି ।
You can share this post!
author
Related Articles
ଚିନ୍ତାରେ ବିଜେପି,ନବୀନଙ୍କ କଥାରେ ହଁ ମାରିବେ ରାହୁଲ
- September 28, 2024
ମୁହଁ ଖୋଲିଲେ ବଦ୍ରି …ନବୀନଙ୍କୁ କହିଦେଲେ ବଡ କଥା !
- September 28, 2024
ପ୍ରତିଦିନ ଚକୋଲେଟ ଖାଇଲେ କଣ ମିଳିବ ଫାଇଦା ?
- September 28, 2024