ବାତ୍ୟା ହାମୁନ୍ ବାଂଲାଦେଶ ଉପକୂଳ ଅତିକ୍ରମ କରିଛି । ଏହା ଦୁର୍ବଳ ହୋଇ ଉପକୂଳ ଅତିକ୍ରମ କରିଛି । ରାତି ଗୋଟାଏ ୩୦ରୁ ୨ଟା ୩୦ ମଧ୍ୟରେ ଦକ୍ଷିଣ ଚିଟାଗଙ୍ଗ ନିକଟରେ ଉପକୂଳ ଅତିକ୍ରମ କରିଛି ବାତ୍ୟା ହାମୁନ୍ । ଅତିକ୍ରମ ସମୟରେ ପବନର ଘଣ୍ଟାପ୍ରତି ବେଗ ୭୫ରୁ ୮୫ କିଲୋମିଟର ରହିଥିଲା । ୬ ଘଣ୍ଟା ମଧ୍ୟରେ ବାତ୍ୟା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଥିଲା । ଏହାର ପ୍ରଭାବରେ ଆଜି ମିଜୋରାମରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତାକାଲି ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ଓଡିଶା ଉପକୂଳରେ କେନ୍ଦୁଝର,ରାୟଗଡା,କୋରାପୁଟ ଜିଲ୍ଲାରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
You can share this post!
author
Related Articles
ଖୋଲିବ ୩ଟି ଓମଫେଡ୍ ପ୍ଲାଣ୍ଟ…
- November 16, 2024
ନବୀନଙ୍କ ବଡ ନିଷ୍ପତ୍ତି; ନଭେମ୍ବର ଶେଷକୁ ହେବ…
- November 16, 2024
କୋବି କିଆରୀରେ ବାଘ
- November 16, 2024