ପଞ୍ଚୁକ ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୀଠ

ପଞ୍ଚୁକ ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୀଠ

ଶେଷ ହେବାକୁ ଯାଉଛି ଧାର୍ମିକ ମାସ କାର୍ତ୍ତିକ ମାସ । ଆସନ୍ତାକାଲିଠାରୁ ଆରମ୍ଭ ହୋଇଯିବ ପଞ୍ଚୁକ ବ୍ରତ । ଏଥିପାଇଁ ଚଳଚଞ୍ଚଳ ହେଲାଣି ଶ୍ରୀକ୍ଷେତ୍ର ପୀଠ । ଗହଳିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡର ବ୍ୟବସ୍ଥା କରାଯାଇଛି । ତାହା ସହିତ ପଞ୍ଚତୀର୍ଥ ଓ ମହୋଦଧୀରେ ହିବଷ୍ୟାଳି ମାନେ ବୁଡ଼ ପକାଇବା ପାଇଁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି । ପଞ୍ଚୁକର ପ୍ରଥମ ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହେବ । ତେଣୁ ଆଜି ଠାରୁ ଶ୍ରୀକ୍ଷେତ୍ରକୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଲାଣି ।

author

Related Articles

Leave a Reply

Your email address will not be published. Required fields are marked *