ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ପରଲୋକ

ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ପରଲୋକ

ପରଲୋକରେ ରାଜ୍ୟର ବିଶିଷ୍ଟ କାଠ କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । ନିଜର ପୈତୃକ ଘର କେନ୍ଦୁଝର ଜିଲ୍ଲାସ୍ଥିତ ବୈଦରାଜ ସାହିରେ ସେ ନିଜର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିବା ଜଣାପଡିଛି । ତେବେ ମିଳିଥିବା ସୂଚନା ଅନୁଯାୟୀ, ଦୀର୍ଘ ଦିନରୁ ସେ ରୋଗଗ୍ରସ୍ତ ଥିଲେ । ଏଥିପାଇଁ ତାଙ୍କୁ ବାରମ୍ବାର ମେଡିକାଲରେ ଭର୍ତ୍ତି କରାଯାଉଥିଲା । କିନ୍ତୁ ଆଜି ଭୋରରୁ ତାଙ୍କର ମୃତ୍ୟୁ ଘଟିଥିବା ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଥିଲା । ତେବେ କଣ୍ଢେଇ ନୃତ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ମାଗୁଣି କୁଅଁର। ସେଥିପାଇଁ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରିଥିଲେ। ମାଗୁଣୀ କୁଅଁରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

author

Related Articles

Leave a Reply

Your email address will not be published. Required fields are marked *