ପଦ୍ମ ଧରିଲେ ଚିଲିକା ବିଧାୟକ

ପଦ୍ମ ଧରିଲେ ଚିଲିକା ବିଧାୟକ

ରାଜ୍ୟ ରାଜନୀତିରେ ବଡ ହଲଚଲ । ବିଜେପିରେ ଯୋଗଦେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ବିଜେପି ଦଳୀୟ କାର୍ଯ୍ୟାଳୟରେ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ପ୍ରଶାନ୍ତ । ବହୁ ବିବାଦକୁ ନେଇ ସେ ବିଜେଡିରୁ ବହିଷ୍କୃତ ହୋଇଥିଲେ । ନିଜର ଦବଙ୍ଗଗିରି ପାଇଁ ବିବାଦୀୟ ହୋଇଥିବା ପ୍ରଶାନ୍ତ ଦୀର୍ଘଦିନ ଧରି ଚିଲିକା ରାଜନୀତିରୁ ଦୂରେଇ ରହିଥିବା ବେଳେ ବିଜେପିରେ ମିଶିବା ନେଇ ପୂର୍ବରୁ ଚର୍ଚ୍ଚା ହେଉଥିଲା । ଏବେ ଏନେଇ ସ୍ପଷ୍ଟ ହୋଇଛି । ଭୁବନେଶ୍ୱର ସାଂସଦ ଅପରାଜିତାଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ।

author

Related Articles

Leave a Reply

Your email address will not be published. Required fields are marked *