ପରଲୋକରେ ସମ୍ବଲପୁରୀ ଗାୟିକା ରୁକସନା ବାନୋ

ପରଲୋକରେ ସମ୍ବଲପୁରୀ ଗାୟିକା ରୁକସନା ବାନୋ

ପରଲୋକରେ ସମ୍ବଲପୁରୀ ଗାୟିକା ରୁକସନା ବାନୋ । ଗତକାଲି ସମ୍ବଲପୁରର ଚର୍ଚ୍ଚିତ ଗାୟିକା ରୁକସନା ବାନୋଙ୍କ ପରଲୋକ ହୋଇଥିବା ସୂଚନା ମିଳିଛି । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ତାଙ୍କ ମୃତ୍ୟୁ ହୋଇଥିଲା । କିନ୍ତୁ ଏହାକୁ ଏବେ ପରିବାର ଲୋକ ହତ୍ୟା ଅଭିଯୋଗ କରିଛନ୍ତି । ତେବେ ୧୫ ଦିନ ତଳେ ବଲାଙ୍ଗୀରରେ ସୁଟିଂ ବେଳେ ରୁକସନା ଅସୁସ୍ଥ ହୋଇପଡିଥିଲେ । ତେଣୁ ତାଙ୍କୁ ପ୍ରଥମେ ଭବାନୀପାଟଣା ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ବରଗଡର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର ଏସ୍ମରେ ଆଡମିଟ କରାଯାଇଥିଲା । କିନ୍ତୁ ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ହିଁ ତାଙ୍କର ପରଲୋକ ହୋଇଛି । କିନ୍ତୁ ଏହାକୁ ନେଇ ପ୍ରଶ୍ନ ଉଠାଇବା ସହ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି । ସ୍ଲୋ ପଏଜନ ଦେଇ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକ ଅଭିଯୋଗ ଆଣିଛନ୍ତି।

author

Related Articles

Leave a Reply

Your email address will not be published. Required fields are marked *