ପାଣି ତଳେ ଚାଲିଲା ଟ୍ରେନ

ପାଣି ତଳେ ଚାଲିଲା ଟ୍ରେନ

ପାଣି ତଳେ ଚାଲିଲା ମେଟ୍ରୋ ଟ୍ରେନ । ଦେଶର ପ୍ରଥମ ଅଣ୍ଡର ୱାଟର ମେଟ୍ରୋ ଟନେଲର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ପସ୍ଚିମବଙ୍ଗରେ ଏହା ଲୋକାର୍ପଣ କରାଯାଇଛି । ସବୁଜ ପତାକା ଦେଖାଇ ଏହି ଅଣ୍ଡରୱାଟର ମେଟ୍ରୋକୁ ଉଦଘାଟନ କରିଛନ୍ତି ମୋଦୀ । ସହରୀ ଗତିଶୀଳତା ଓ ସଯୋଂଗୀକରଣ କ୍ଷେତ୍ରରେ ଏହା ଏକ ନୂଆ ମାଇଲଖୁଣ୍ଟ ହେବ । କୋଲକାତା ମେଟ୍ରୋର ସମ୍ପ୍ରସାରଣ କରାଯାଇଥିବା ବେଳେ ହାୱଡା ମୈଦାନ-ଏସପ୍ଲାନେଡ ଯାଏ ନଦୀ ଭିତରେ ଏହି ଅଣ୍ଡର ୱାଟର ମେଟ୍ରୋ ପ୍ରକଳ୍ପର ନିର୍ମାଣ କରାଯାଇଛି । ଗ୍ରୀନ ଲାଇନରେ ଆସୁଥିବା ଏହି ଅଣ୍ଡର ୱାଟର ମେଟ୍ରୋ ଟନେଲର ଲମ୍ବ ପ୍ରାୟ ୧୬ କିଲୋମିଟର । ଏହି ଟନେଲ ଭୁପୃଷ୍ଠରୁ ପ୍ରାୟ ୧୨୦ଫୁଟ ତଳେ ରହିଛି । ଏହି ପ୍ରକଳ୍ପ ଲୋକାର୍ପଣ ପରେ ହାୱଡା ମେଟ୍ରୋ ଷ୍ଟେସନ ଦେଶର ପ୍ରଥମ ଏବଂ ଗଭୀରତମ ମେଟ୍ରୋ ଷ୍ଟେସନ ପାଲଟିଛି ।

author

Related Articles

Leave a Reply

Your email address will not be published. Required fields are marked *