ପୁଣି ଥରେ ଜେଲ ଯିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ପୁଣି ଥରେ ଜେଲ ଯିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ପୁଣି ଥରେ ଜେଲ ଯିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଜୁନ୍ ୨ ତାରିଖରେ କରିବେ ସରେଣ୍ଡର । ହଁ ଆଜ୍ଞା, ଆପ ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମୋ କୋର୍ଟଙ୍କ ଝଟକା ଲାଗିଛି । ନିଜ ଅନ୍ତରୀଣ ଜାମିନର ଅବଧିକୁ ଆଉ ସପ୍ତାହେ ବୃଦ୍ଧି କରିବା ପାଇଁ କେଜ୍ରିୱାଲ ସର୍ବୋଚ୍ଚ ନ୍ୟାୟାଳୟରେ ଆବେଦନ କରିଥିଲେ । କିନ୍ତୁ ସେଠାରୁ ତାଙ୍କୁ ନିରାଶ ହେବାକୁ ପଡିଛି । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା କେଜ୍ରିୱାଲଙ୍କୁ ନିର୍ବାଚନ ପ୍ରଚାର ପାଇଁ ୨୧ ଦିନ ପାଇଁ ଅନ୍ତରିଣ ଜାମିନ ପ୍ରଦାନ କରିଥିଲେ ସୁପ୍ରିମକୋର୍ଟ । ଜୁନ ୧ରେ ଏହି ସମୟ ସୀମା ସରୁଥିବା ବେଳେ ୨ ତାରିଖରେ କେଜ୍ରିୱାଲଙ୍କୁ ଆତ୍ମସମର୍ପଣ ପାଇଁ ନିର୍ଦ୍ଦେଶ ରହିଥିଲା । କିନ୍ତୁ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଇ ଆଉ ସପ୍ତାହେ ଜାମିନ ପାଇଁ ଆବେଦନ କରିଥିଲେ ଆପ ସୁପ୍ରିମୋ । ଏଥିସହ ଏହି ଆବେଦନର ତୁରନ୍ତୁ ଶଣାଣି କରିବାକୁ ସେ କୋର୍ଟକୁ ଗୁହାରି କରିଥିଲେ। ତେବେ ତାଙ୍କର ଏହି ଆବେଦନକୁ ସୁପ୍ରିମକୋର୍ଟ ତତ୍ତ୍କାଳ ଶୁଣାଣି କରିବାକୁ ମନା କରିବା ସହ ଖାରଜ କରିଦେଇଛନ୍ତି।କେବଳ ଏତିକି ନୁହେଁ, ଆବେଦନ ବିଳମ୍ବରେ ଦାଖଲକୁ ନେଇ ପ୍ରଶ୍ନ ଉଠାଇଛନ୍ତି କୋର୍ଟ। ଦିଲ୍ଲୀ ସିଏମ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନକୁ ସୁପ୍ରିମକୋର୍ଟ ରେଜିଷ୍ଟ୍ରି ଗ୍ରହଣ କରିବାକୁ ମନା କରି ଦେଇଛନ୍ତି। ରେଜିଷ୍ଟ୍ରି କହିଛି, ‘ସୁପ୍ରିମକୋର୍ଟ ସିଏମଙ୍କୁ ଟ୍ରାଏଲ କୋର୍ଟରେ ଜାମିନ ଆବେଦନ କରିବାକୁ ସ୍ୱାଧୀନତା ଦେଇଛନ୍ତି। ମାମଲାର ଶୁଣାଣି ଅନ୍ୟ ଏକ ବେଞ୍ଚ ନିକଟରେ ସଂରକ୍ଷିତ ରହିଛି। ଏହାଛଡା ଶୁଣାଣି ପାଇଁ ଏହି ଆବେଦନକୁ ସୁପ୍ରିମକୋର୍ଟ୍ ମୁଖ୍ୟ ବିଚାରପତି ଡିୱାଇ ଚନ୍ଦ୍ରଚୁଡଙ୍କ ନିକଟକୁ ପଠାଇ ଦିଆଯାଇଛି।’ ସୁପ୍ରିମକୋର୍ଟଙ୍କ ଏଭଳି ନିଷ୍ପତ୍ତି ପରେ କେଜ୍ରିୱାଲ ଆସନ୍ତା ଜୁନ୍ ୨ରେ ସରେଣ୍ଡର କରିବା ସ୍ପଷ୍ଟ ହୋଇଛି।

author

Related Articles

Leave a Reply

Your email address will not be published. Required fields are marked *