ପୁରୀରେ ଗଡିବ ସ୍ୱତନ୍ତ୍ର ଶ୍ରୀଜଗନ୍ନାଥ ବସ୍

ପୁରୀରେ ଗଡିବ ସ୍ୱତନ୍ତ୍ର ଶ୍ରୀଜଗନ୍ନାଥ ବସ୍

ଆସନ୍ତା 17ରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ । ସେଥିପାଇଁ ପୁରୀରେ ଗଡିବ ସ୍ୱତନ୍ତ୍ର ବସ୍ । ଶ୍ରୀଜଗନ୍ନାଥ ବସରେ ପୁରୀ ଆସିବେ ଶ୍ରଦ୍ଧାଳୁ । ୬୦ଟି ବସ୍ ରେ ରାଜ୍ୟର ବିଭିନ୍ନ ସ୍ଥାନରୁ ପୁରୀକୁ ଆସିବେ ଶ୍ରଦ୍ଧାଳୁ । ଖୁବ୍ ଶୀଘ୍ର ମୁଖ୍ୟମନ୍ତ୍ରୀ ଶ୍ରୀଜଗନ୍ନାଥ ବସ୍ ର ଶୁଭାରମ୍ଭ କରିବେ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ସୁରେଶ ମହାପାତ୍ର । ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ବସିଥିଲା । ବୈଠକରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଶ୍ରୀମାର୍ଗ, ଜଗନ୍ନାଥ ବଲ୍ଲଭ ପାର୍କିଂ, ଶ୍ରୀସେତୁ ସହିତ ଯଜ୍ଞସ୍ଥଳୀ ସମୀକ୍ଷା କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *