ପ୍ରଚଣ୍ଡ ଖରା ସହ ଅସହ୍ୟ ତାତିରେ କଲବଲ ହେଉଛନ୍ତି ଲୋକେ । ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡୁଛି । ଆଜି ସକାଳ ୮ଟା ୩୦ ସୁଦ୍ଧା ୩୨ ଡିଗ୍ରୀ ପାରଦ ଟପିଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର ପାଲଟିଛି । ରାଜଧାନୀର ତାପମାତ୍ରା ୩୨.୬ ଡିଗ୍ରୀ ରେକର୍ଡ କରାଯାଇଛି । ଏହା ପଛକୁ ପାରାଦୀପ, ପୁରୀ, କେନ୍ଦୁଝର, ବାଲେଶ୍ୱର, ଚାନ୍ଦବାଲି ରହିଛି । ଅନ୍ୟପଟେ ଆସନ୍ତା ୫ ଦି ଯାଏଁ ଦିନ ତାପମାତ୍ରା ଅଧିକାଂଶ ସ୍ଥାନରେ ୪ରୁ ୬ ଡିଗ୍ରୀ ବୃଦ୍ଧି ପାଇବାର ଆଶଙ୍କା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏଥିସହ ଗ୍ରୀଷ୍ମପ୍ରବାହ ନେଇ ଆଜି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା କଟକ, ନୟାଗଡ଼, ଢେଙ୍କାନାଳ, ଭଦ୍ରକ ଓ ଯାଜପୁର।
You can share this post!
author
Related Articles
ଖୋଲିବ ୩ଟି ଓମଫେଡ୍ ପ୍ଲାଣ୍ଟ…
- November 16, 2024
ନବୀନଙ୍କ ବଡ ନିଷ୍ପତ୍ତି; ନଭେମ୍ବର ଶେଷକୁ ହେବ…
- November 16, 2024