ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ

ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ପତ୍ର ଦାଖଲ । ଦେଶର ଚତୁର୍ଥ ତଥା ଓଡିଶାର ପ୍ରଥମ ପର୍ଯ୍ୟାୟ ମତଦାନ ମେ ୧୩ ତାରିଖରେ ଆରମ୍ଭ ହେବ । ଆସନ୍ତା ୨୫ ତାରିଖ ଯାଏଁ ନାମାଙ୍କନ ଦାଖଲର ଶେଷ ଦିନ । ୨୬ ତାରିଖରେ ପ୍ରାର୍ଥୀ ପତ୍ର ଯାଞ୍ଚ ଓ ୨୯ ତାରିଖରେ ନାମାଙ୍କନ ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ ହୋଇଛି । ପ୍ରଥମ ପର୍ଯ୍ୟାୟ ମତଦାନରେ ୪ଟି ସଂସଦୀୟ କ୍ଷେତ୍ର କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟରେ ମତଦାନ ହେବ ।
୪ଟି ସଂସଦୀୟ କ୍ଷେତ୍ର ଅଧିନରେ ଥିବା ୨୮ଟି ବିଧାନସଭା ନିର୍ବାଚନମଣ୍ଡଳିରେ ମଧ୍ୟ ଭୋଟ ପଡିବ । ଏଥିପାଇଁ ନିର୍ବାଚନ କମିସନଙ୍କ ପକ୍ଷରୁ ଆବ୍ୟକ ପ୍ରସ୍ତୁତି କରାଯାଇଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜେଡି ସବୁ ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି । ବିଜେପିର କେବଳ ଜୟପୁର ଆସନ ବାକି ରହିଥିବା ବେଳେ କଂଗ୍ରେସ ଗୋପାଳପୁର ଓ ଛତ୍ରପୁର ଆସନରେ ଏଯାଏଁ ପ୍ରାର୍ଥ ଘୋଷଣା କରିନାହିଁ ।

author

Related Articles

Leave a Reply

Your email address will not be published. Required fields are marked *