ପ୍ରଥମ ସୋମବାରରେ ଶୈବପୀଠରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ

ପ୍ରଥମ ସୋମବାରରେ ଶୈବପୀଠରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ

ଆଜିଠାରୁ ଆରମ୍ଭ ହେଉଛି ଶ୍ରାବଣ ମାସ । ଶ୍ରାବଣ ମାସର ପ୍ରଥମ ଦିନରେ ପଡିଛି ସୋମବାର । ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ଭିଡ ଦେଖାଦେଇଛି । ଶ୍ରାବଣ ମାସରେ ଦେବ ଦେବ ମହାଦେବଙ୍କୁ ଜଳ ଲାଗି କଲେ ମାନସିକ ପୂରଣ ହୁଏ ବୋଲି ବିଶ୍ୱାସ ରହିଛି । ସେଥିପାଇଁ ମାସକ ପୂର୍ବରୁ ଜଳ ଲାଗି କରିବାକୁ ଯାଉଥିବା କାଉଡିଆ ରୀତିନୀତି ପାଳନ କରି ନିଷ୍ଠାର ସହ ଜୀବନଯାପନ କରିଥାନ୍ତି । ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି । ଏଥିପାଇଁ ବିଭିନ୍ନ ନଦୀ ଘାଟ ଓ ତୀର୍ଥସ୍ଥଳୀ ଗୁଡିକରେ କଡା ସୁରକ୍ଷାର ବନ୍ଦୋବସ୍ତ କରାଯାଇଛି । ଶୃଙ୍ଖଳିତ ଦର୍ଶନ ପାଇଁ ଶୈବପୀଠ ଗୁଡିକରେ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *