ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ଚଳଚଞ୍ଚଳ ଅଯୋଧ୍ୟା

ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ଚଳଚଞ୍ଚଳ ଅଯୋଧ୍ୟା

ରାମମୟ ହେଲାଣି ଅଯୋଧ୍ୟା ନଗରୀ । ଦିନକ ପରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ । ସମସ୍ତ ପ୍ରସ୍ତୁତି ଶେଷ ହେଲାଣି । ପ୍ରାଣ ପ୍ରତିଷ୍ଠାର ମୁହୂର୍ତ୍ତ ଯେତେ ପାଖଉଛି, ଭକ୍ତ ସେତେ ବିଭୋର ହୋଇ ପଡ଼ୁଛନ୍ତି । ଦେଶ ବିଦେଶରୁ ଆସୁଛି ଶ୍ରୀରାମଙ୍କ ପାଇଁ ସ୍ୱତନ୍ତ୍ର ଉପହାର । ଗୁରୁବାର ଠାରୁ ଆରମ୍ଭ ହୋଇଥିବା କର୍ମକାଣ୍ଡର ସବୁ ପୂଜା ୨୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠାନ ଜାରି ରହିବ । ୨୨ ତାରିଖ ଅପରାହ୍ନ ୧୨ଟା ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ ରାମଲାଲାଙ୍କ ବିଗ୍ରହର ପ୍ରାଣ ପ୍ରତିଷ୍ଠା ସମାରୋହ ଆରମ୍ଭ ହୋଇ ଅପରାହ୍ନ ଗୋଟାଏରେ ଶେଷ ହେବ । ୨୨ ତାରିଖ ପାଇଁ ଅଯୋଧ୍ୟାରେ ସୁରକ୍ଷା ବ୍ୟବସ୍ଥାକୁ ବିଶେଷ ଭାବେ ଗୁରୁତ୍ୱ ଦେଇଛନ୍ତି ଯୋଗୀ ସରକାର ।

author

Related Articles

Leave a Reply

Your email address will not be published. Required fields are marked *