ଫେବୃଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ

ଫେବୃଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ

ଆସନ୍ତା ଫେବୃଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ । ମୁଖ୍ୟ ନିର୍ବାଚନ କମିଶନ ଏନେଇ ତାରିଖ ଘୋଷଣା କରିଛନ୍ତି । ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଯେଉଁଥିରେ ଓଡ଼ିଶାର ୩ଟି ଆସନ ରହିଛି । ଆସନ୍ତା ୩ ଏପ୍ରିଲରେ ପ୍ରଶାନ୍ତ ନନ୍ଦ, ଅଶ୍ୱିନୀ ବୈଷ୍ଣବ ଓ ଅମର ପଟ୍ଟନାୟକଙ୍କ ରାଜ୍ୟସଭା କାର‌୍ୟ୍ୟକାଳ ଶେଷ ହେଉଛି । ଖାଲି ପଡୁଥିବା ୩ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ ।


ରାଜ୍ୟସଭା ନିର୍ବାଚନ ପାଇଁ ୮ ଫେବ୍ରୁଆରୀରେ ବିଜ୍ଞପ୍ତି ପ୍ରକାଶ ପାଇବ । ସେହିଭଳି ୧୫ ଫେବ୍ରୁଆରୀ ସୁଦ୍ଧା ନାମାଙ୍କନପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ୧୬ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ହେବ । ୨୦ ଫେବ୍ରୁଆରୀ ସୁଦ୍ଧା ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ । ୨୭ ତାରିଖରେ ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ହେବା ସହ ଫଳାଫଳ ପ୍ରକାଶ ପାଇବ । ସକାଳ ୯ଟାରୁ ଅପରାହ୍ନ ୪ଟା ପର‌୍ୟ୍ୟନ୍ତ ମତଦାନ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି ।

author

Related Articles

Leave a Reply

Your email address will not be published. Required fields are marked *