ବଙ୍ଗୋପସାଗରରେ ମାଡି ଆସୁଛି ବାତ୍ୟା !

ବଙ୍ଗୋପସାଗରରେ ମାଡି ଆସୁଛି ବାତ୍ୟା !

ଆସୁଛି ବାତ୍ୟା । ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି । ୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ସାଇକ୍ଲୋନ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ୨୬ ସୁଦ୍ଧା ଏହା ଭୀଷଣ ବାତ୍ୟାର ରୂପ ନେଇପାରେ ବୋଲି ସୂଚନା ରହିଛି । ତେବେ ବାଲାଂଦେଶ ପାଶ୍ୱର୍ବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ କେନ୍ଦ୍ର । ଲଘୁଚାପ ଅଧିକ ଘନୀଭୂତ ହୋଇ ଆଜି ସୁଦୃଶ ଲଘୁଚାପରେ ପରିଣତ ହୋଇଛି । କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ଏହାର ପ୍ରଭାବ ଓଡ଼ିଶା ଉପରେ ରହିବନି ବୋଲି କହିଥିଲେ ଓଗଊ ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଓ ତତ୍ ସଂଲଗ୍ନ ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିଲୋମିଟର ଯାଏ ବ୍ୟାପିଛି ।

author

Related Articles

Leave a Reply

Your email address will not be published. Required fields are marked *