ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ….

ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ….

 ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଶୁକ୍ରବାର ଦିନ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଭିତରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଏହା ପଶ୍ଚିମ ଦିଗରେ ଗତି କରି ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ପହଞ୍ଚିବ। ଆଜି ରାତିରୁ ୧୧ ତାରିଖ ଯାଏଁ ଦକ୍ଷିଣ ଓ ଉପକୂଳ ଓଡି଼ଶାରେ ବର୍ଷା ହେବ। ତେବେ, ଦକ୍ଷିଣ ଓଡି଼ଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡି଼ଶାରେ ସ୍ବଳ୍ପ ବର୍ଷା ହୋଇପାରେ ବୋଲି ବିଭାଗ ଆକଳନ କରିଛି। ଆଜି  ଗଜପତି, ଖୋର୍ଦ୍ଧା,ପୁରୀ, ଗଂଜାମ, ଜଗତସିଂହପୁର, କେନ୍ଦ୍ରାପଡା ଓ ନୟାଗଡ ବର୍ଷା ହେବାର ସମ୍ଭାବନା ରହିଛି।

author

Related Articles

Leave a Reply

Your email address will not be published. Required fields are marked *