ବଢିଲା ସରପଞ୍ଚଙ୍କ ଭତ୍ତା

ବଢିଲା ସରପଞ୍ଚଙ୍କ ଭତ୍ତା

ସାଧାରଣ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଘୋଷଣା । ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଓ ବୈଠକ ଭତ୍ତାରେ ବୃଦ୍ଧି । ନବୀନଙ୍କ ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା ମଧ୍ୟ ୩୦୦ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ଉପ-ସଭାପତି ମାନଙ୍କ ପାରିତୋଷିକ ୭,୦୪୦ ଟଙ୍କାରୁ ୨୦,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ଏବଂ ସେମାନଙ୍କ ଭତ୍ତା ମଧ୍ୟ ୩୦୦ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ସଦସ୍ୟମାନେ ପୂର୍ବରୁ ୩,୫୩୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ ଏବଂ ସେମାନଙ୍କ ଦୈନିକ ଭତ୍ତା ମଧ୍ୟ ୩୦୦ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।

author

Related Articles

Leave a Reply

Your email address will not be published. Required fields are marked *