ବଢୁଛି ହୀରାକୁଦ ଡ୍ୟାମର ଜଳସ୍ତର । ଉପରମୁଣ୍ଡାରେ ବର୍ଷା ହେବା କାରଣରୁ ଡ୍ୟାମର ଜଳସ୍ତର ବୃଦ୍ଧି ପାଉଛି । ଯେଉଁ କାରଣରୁ ଆଜି ୬ଟି ଗେଟ ଖୋଲିଛି । ବର୍ତମାନ ୨୦ଟି ଗେଟ୍ ଦେଇ ଡ୍ୟାମରୁ ୩ ଲକ୍ଷ ଘନ ଫୁଟ ବନ୍ୟାଜଳ ନିଷ୍କାସିତ ହେଉଛି । ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ୬୨୧.୯୭ ଘନଫୁଟ ଥିବା ବେଳେ ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୩ ଲକ୍ଷ ୫୯କ୍ୟୁସେକ ଜଳ ପ୍ରବେଶ କରୁଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ୨ ଲକ୍ଷ ୫୯ କ୍ୟୁସେକ ଜଳ ନିଷ୍କାସିତ ହେଉଛି। ହୀରାକୁଦ ଡ୍ୟାମରେ ଗେଟ୍ ଖୋଲାଯିବା ପୂର୍ବରୁ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅବଗତ କରାଯାଇଥିଲା। ତେବେ ଗେଟ୍ ଖୋଲାଯିବା ଯୋଗୁ ତଳିଆ ଅଞ୍ଚଳରେ ବନ୍ୟା ହେବାର କୌଣସି ଆଶଙ୍କା ନାହିଁ।
You can share this post!
author
Related Articles
ଖୋଲିବ ୩ଟି ଓମଫେଡ୍ ପ୍ଲାଣ୍ଟ…
- November 16, 2024
ନବୀନଙ୍କ ବଡ ନିଷ୍ପତ୍ତି; ନଭେମ୍ବର ଶେଷକୁ ହେବ…
- November 16, 2024