ବଦଳିବ ମହାପ୍ରଭୁଙ୍କ ନୀଳଚକ୍ର ବାନା ବନ୍ଧା ସମୟ । ନିର୍ଦ୍ଧାରିତ ସମୟ ପୂର୍ବରୁ ବନ୍ଧା ହେବ ନୀଳଚକ୍ର ବାନା । ଅପରାହ୍ନ ୩ଟା ୩୦ରୁ ୪ଟା ମଧ୍ୟରେ ପତିତପାବନ ବାନା ବନ୍ଧାହେବ । କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ଭିଡ ଅସମ୍ଭାଳ ହେଉଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ଚୁନରା ସେବକମାନଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି । ତେବେ ଧ୍ଵଜା ବନ୍ଧା ଦେଖିବା ପାଇଁ ମନ୍ଦିର ଭିତରେ ଓ ସିଂହଦ୍ଵାର ବାହାର ରାସ୍ତାରେ ବହୁତ ଭକ୍ତ ଗହଳି କରୁଛନ୍ତି । ତେଣୁ ସପ୍ତାହେ ପର୍ୟ୍ୟନ୍ତ ଅପରାହ୍ନରେ ଧ୍ଵଜା ବନ୍ଧା ସମାପନ କରିବାକୁ ଶ୍ରୀମନ୍ଦିର କମାଣ୍ଡର ଓ ସୁପରଭାଇଜାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଚୁନରା ସେବକଙ୍କ ସହଯୋଗ କାମନା କରିବା ସହ କୌଣସି ବ୍ୟତିକ୍ରମ ଗ୍ରହଣୀୟ ନୁହେଁ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି ।
You can share this post!
author