ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର । ଦାମ ରାଉତଙ୍କ ବ୍ରେନ ଡେଡ୍ ହୋଇଥିବା ସୂଚନା ଦେଇଛନ୍ତି ପୁଅ ସମ୍ବିତ ରାଉତରାୟ । ଗତ ୧୮ ତାରିଖରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଦାମ ରାଉତ । ହୃଦଘାତର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଦାମ । କ୍ୟାପିଟାଲ ହସ୍ପିଟାଲରେ ତାଙ୍କୁ ସିପିଆର ଦିଆଯାଇ ନଥିବା ଅଭିଯୋଗ କରିଛନ୍ତି ସମ୍ୱିତ । ଏବେ ସଙ୍କଟାପନ୍ନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ତାଙ୍କ ଚିକିତ୍ସା ଚାଲିଥିବା ସୂଚନା ମିଳିଛି । ଗତ କିଛି ଦିନ ତଳେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ । କିନ୍ତୁ ପୁଣି ଥରେ ଗୁରୁତର ହେତୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।


ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ବଡ ରାଜନେତା ଭାବେ ଜଣାଶୁଣା । ପ୍ରଥମେ ଜନତା ଦଳ ଓ ପରବର୍ତ୍ତୀ ସମୟରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ନବୀନଙ୍କ ସରକାରରେ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଛନ୍ତି । ତେବେ ୨୦୧୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ ଦାମ । କିନ୍ତୁ ପରବର୍ତ୍ତୀ ସମୟରେ ବିଜେପିକୁ ବାଏ ବାଏ କରିଥିଲେ ଦାମ । ଗତ କିଛି ମାସ ପୂର୍ବରୁ ଦାମଙ୍କ ଉପରୁ ବହିଷ୍କାର ପ୍ରତ୍ୟାହାର କରି ପୁଣିଥରେ ବିଜେଡିକୁ ଫେରାଇ ଆଣିଥିଲେ ନବୀନ ପଟ୍ଟନାୟକ ।

author

Related Articles

Leave a Reply

Your email address will not be published. Required fields are marked *