ବହୁ ଚର୍ଚ୍ଚିତ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ବର୍ଷେ ପୂରିଲା

ବହୁ ଚର୍ଚ୍ଚିତ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ବର୍ଷେ ପୂରିଲା

ବହୁ ଚର୍ଚ୍ଚିତ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ଆଜି ବର୍ଷେ ପୁରିଛି । ଗତ ବର୍ଷ ଆଜିର ଦିନରେ ଝାରସୁଗୁଡ଼ାରେ ନବ ଦାସଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା । ଏହାରି ଭିତରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରି ଝାରସୁଗୁଡା ଜିଲ୍ଲା ଦୌରା ଜଜଙ୍କ କୋର୍ଟରେ ଅଭିଯୁକ୍ତ ଗୋପାଳ ଦାସଙ୍କ ବିରୋଧରେ ପ୍ରାଥମିକ ଅଭିଯୋଗ ଫର୍ଦ୍ଦ ଦାଖଲ କରିଛି । ହେଲେ ନବ ଦାସଙ୍କୁ ଗୋପାଳ କାହିଁକି ହତ୍ୟା କରିଛି ତାହା ଏବେବି ସ୍ପଷ୍ଟ ହୋଇନାହିଁ । ବର୍ଷକ ଭିତରେ କ୍ରାଇମବ୍ରାଞ୍ଚ ହାତରେ ସେମିତି କିଛି ପ୍ରମାଣ ବି ଲାଗିନାହିଁ । ଗୋପାଳ ଦାସ ପୂର୍ବ ଶତ୍ରୁତା ତଥା ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ନବ ଦାସଙ୍କୁ ହତ୍ୟା କରିଥିବା କ୍ରାଇମବ୍ରାଞ୍ଚ ଚାର୍ଜସିଟରେ ଉଲ୍ଲେଖ କରିଛି । ତଦନ୍ତ ବେଳେ ଅଭିଯୁକ୍ତ ଗୋପାଳଙ୍କ ପରିବାରବର୍ଗ ବାଇପୋଲାର ଡିଜଅର୍ଡର ସମ୍ପର୍କରେ କ୍ରାଇମବ୍ରାଞ୍ଚକୁ ସୂଚନା ଦେଇଥିଲେ ।ପରୀକ୍ଷା ବେଳେ ଗୋପାଳର ମାନସିକ ରୋଗ ନେଇ କୌଣସି ସୂଚନା ପାଇନଥିଲା ।

author

Related Articles

Leave a Reply

Your email address will not be published. Required fields are marked *