ବିଜେଡି ଓ ବିଜେପିକୁ ରାହୁଲ ଗାନ୍ଧୀଙ୍କ ଟାର୍ଗେଟ

ବିଜେଡି ଓ ବିଜେପିକୁ ରାହୁଲ ଗାନ୍ଧୀଙ୍କ ଟାର୍ଗେଟ

ଓଡିଶାରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରାର ଆଜି ଦ୍ୱିତୀୟ ଦିନ । ନ୍ୟାୟ ଯାତ୍ରାର ଦ୍ୱିତୀୟ ଦିନରେ ରାଉରକେଲା ପାନପୋଷ ଛକରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ରାହୁଲ ଗାନ୍ଧୀ । ରାହୁଲ କହିଛନ୍ତି, ଓଡ଼ିଶାରେ ନବୀନ ପଟ୍ଟନାୟକ ଓ ନରେନ୍ଦ୍ର ମୋଦୀଙ୍କ ପାର୍ଟନରସିପରେ ସରକାର ଚାଲିଛି । ସଂସଦରେ ଏଭଳି ଦୃଶ୍ୟ ଦେଖିଥିବା କହିଛନ୍ତି ରାହୁଲ ଗାନ୍ଧି । ପ୍ରଧାନମନ୍ତ୍ରୀ ସହାୟତା ମାଗିଲେ ମୁଖ୍ୟମନ୍ତ୍ରୀ ସମର୍ଥନ କରୁଛନ୍ତି । ରାଜ୍ୟର ୩୦ ଲକ୍ଷ ଲୋକ ଦାଦନ ଖଟିବା ପାଇଁ ରାଜ୍ୟ ବାହାରକୁ ଯାଉଛନ୍ତି । ଗରିବ, ଆଦିବାସୀ, ଦଳିତ ଓ ପଛୁଆବର୍ଗ ଅବହେଳିତ ହୋଇ ରହିଥିବା ଅଭିଯୋଗ ଆଣିଛନ୍ତି ରାହୁଲ ଗାନ୍ଧି ।

author

Related Articles

Leave a Reply

Your email address will not be published. Required fields are marked *