ବିଜେଡି ଛାଡିଲେ ପ୍ରିୟଦର୍ଶୀ ମିଶ୍ର

ବିଜେଡି ଛାଡିଲେ ପ୍ରିୟଦର୍ଶୀ ମିଶ୍ର

ବିଜେଡି ଛାଡ଼ିଲେ ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ସେ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି।ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ଜ୍ୱାଇଁ ହେଉଛନ୍ତି ପ୍ରିୟଦର୍ଶୀ ମିଶ୍ର। ସେ ୨୦୧୪ରେ ଉତ୍ତର ଭୁବନେଶ୍ୱର ଆସନରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। କିନ୍ତୁ ୨୦୧୯ରେ ତାଙ୍କୁ ଟିକେଟ୍ ଦିଆଯାଇ ନଥିଲା। ଦୀର୍ଘ 30ବର୍ଷ ଧରି ଦଳରେ କାର୍ଯ୍ୟ କରିଆସୁଥିଲେ ସୁଦ୍ଧା ଦଳ ମୋତେ କ୍ରମାଗତ ଭାବେ ଅବହେଳା କରିଛି। ତା’ର ପ୍ରତିବାଦରେ ମୁଁ ଆଜି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା କହିଛନ୍ତି ପ୍ରିୟଦର୍ଷୀ ମିଶ୍ର।

author

Related Articles

Leave a Reply

Your email address will not be published. Required fields are marked *