ବିଜେପି ସଂପଳ୍ପ ପତ୍ରରେ ବଡ଼ ଘୋଷଣା

ବିଜେପି ସଂପଳ୍ପ ପତ୍ରରେ ବଡ଼ ଘୋଷଣା

ଆଜି ଉନ୍ମୋଚିତ ହୋଇଛି ବିଜେପିର ନିର୍ବାଚନୀ ସଂକଳ୍ପ ପତ୍ର । ରାଜ୍ୟ ବିଜେପିର ସଂକଳ୍ପ ପତ୍ର ଉନ୍ମୋଚିତ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ସଂକଳ୍ପପତ୍ରରେ ମହିଳାଙ୍କୁ ଫୋକସରେ ରଖିଛି ବିଜେପି । ମହିଳାଙ୍କ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯିବ ବୋଲି ପ୍ରତିଶୃତି ଦେଇଛି ବିଜେପି । ଏହି ଯୋଜନାରେ ପ୍ରତି ମହିଳାଙ୍କୁ ୫୦ ହଜାର ଟଙ୍କା ମିଳିବ ବୋଲି ଘୋଷଣାରେ ଉଲ୍ଲେଖ କରାଯାଇଛି। ‘ସଂକଳ୍ପପତ୍ର’ ଉନ୍ମୋଚନ ପରେ ଜେପି ନଡ୍ଡା କହିଛନ୍ତି, ଗତ ୧୦ ବର୍ଷରେ ରାଜନୀତିର ସଂସ୍କୃତି ବଦଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ରାଜନୀତିର ସଂସ୍କୃତି ବଦଳିଛି। ନିର୍ବାଚନୀ ଇସ୍ତାହାରର ଗରିମା ଓ ମହତ୍ୱ ବଢ଼ି ଯାଇଛି। ପୂର୍ବ ସରକାର ସମୟରେ ଇସ୍ତାହାର ଏକ ଦେଖାଣିଆ ଥିଲା। ନିର୍ବାଚନ ବେଳେ ପ୍ରତିଶ୍ରୁତି ଦେଇ ସେମାନେ ଭୁଲି ଯାଉଥିଲେ। ଏବେ ମୋଦି ସରକାରଙ୍କ ସଂକଳ୍ପ ‘ଯାହା କହିଛୁ, କରି ଦେଖାଇଛୁ’। ଯାହା କହିଛୁ କରିଛୁ, ଯାହା କହୁଛୁ, ନିଶ୍ଚିତ କରି ଦେଖାଇବୁ।

author

Related Articles

Leave a Reply

Your email address will not be published. Required fields are marked *