ଭଦ୍ରକରେ 144 ଧାରା ଜାରି…

ଭଦ୍ରକରେ 144 ଧାରା ଜାରି…

ରାଜ୍ୟରେ ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି । ଏହାପୂର୍ବରୁ ଭଦ୍ରକ ଜିଲ୍ଲାରେ ଆରମ୍ଭ ହୋଇଯାଇଛି ନିର୍ବାଚନୀ ହିଂସା । ଗତକାଲି ଅଭିଳାଷଙ୍କ ସହ ଅନ୍ୟ ୨୦ଜଣଙ୍କୁ ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କରଞ୍ଜମାଳ ପଂଚାୟତର ଖପୁରିଆ ଛକ ନିକଟରେ ଏମାନଙ୍କ ଉପରକୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ବିଜେଡି କର୍ମୀମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ବିଜେପି ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଏବଂ ସମ୍ପାଦକ ସୁବ୍ରତ ବିଶ୍ୱାଳଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଏବଂ ଏହାସହ ଗାଡି ମଧ୍ୟ ଭଙ୍ଗାରୁଜା ହୋଇଛି । ଏହି ଘଟଣା ପରେ ପୁଲିସ ଘଟଣାସ୍ଥଳରେ ପଂହଚି ସ୍ଥିତିକୁ ନିୟନ୍ତ୍ରଣ ପାଇଁ ଉଦ୍ୟମ ଜାରି ରଖିଛି । ସେପଟେ ଭଦ୍ରକ ଜିଲ୍ଲାର ସବୁ ନିର୍ବାଚନ ମଣ୍ଡଳୀରେ ୧୪୪ ଧାରା ଜାରି ହୋଇଛି ।

author

Related Articles

Leave a Reply

Your email address will not be published. Required fields are marked *