‘ଭାରତ ରତ୍ନ’ ପାଇବେ ଲାଲକୃଷ୍ଣ ଆଡଭାନୀ । ବରିଷ୍ଠ ରାଜନେତା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ପ୍ରଦାନ କରାଯିବ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଭାରତ ରତ୍ନ’। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସ ରେ ଏକ ପୋଷ୍ଟ କରି ଘୋଷଣା କରିଛନ୍ତି । ଏହା ସହ ମୋଦୀ କହିଛନ୍ତି ଯେ, ମୁଁ ତାଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଛି। ଆଡଭାନୀ ଆମ ସମୟର ଅନ୍ୟତମ ସମ୍ମାନିତ ରାଜନେତା ଏବଂ ଭାରତର ବିକାଶରେ ତାଙ୍କର ଅବଦାନ ଅବିସ୍ମରଣୀୟ।
You can share this post!
author