ଭିକେ ପାଣ୍ଡିଆନଙ୍କୁ ନେଇ ନବୀନଙ୍କ ବଡ ବୟାନ

ଭିକେ ପାଣ୍ଡିଆନଙ୍କୁ ନେଇ ନବୀନଙ୍କ ବଡ ବୟାନ

ଭିକେ ପାଣ୍ଡିଆନଙ୍କୁ ନେଇ ବଡ ବୟାନ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଏଏନଆଇକୁ ଦେଇଥିବା ସାକ୍ଷାତକାରରେ ନବୀନ ତାଙ୍କ ଉତ୍ତରାଧିକାରୀ ସମ୍ପର୍କରେ ମତବ୍ୟକ୍ତ କରିଛନ୍ତି । ପାଣ୍ଡିଆନ ନବୀନଙ୍କ ଉତ୍ତରାଧିକାରୀ ନୁହଁନ୍ତି ବୋଲି ସେ ସ୍ପଷ୍ଟ କରିଛନ୍ତି । ଏହା ସହ ତାଙ୍କ ଉତ୍ତରାଧିକାରୀ କିଏ ହେବ ତାହା ରାଜ୍ୟବାସୀ ନେବେ ବୋଲି କହିଛନ୍ତି ବିଜେଡି ସୁପ୍ରିମୋ । ଏହା ସହ ଏହି ପ୍ରସଙ୍ଗକୁ ନେଇ କାହିଁକି ଏମିତି ଅପପ୍ରଚାର କରାଯାଉଛି ତାହା ସେ ବୁଝିପାରୁନାହାନ୍ତି ବୋଲି କହିଛନ୍ତି । କାରଣ ପାଣ୍ଡିଆନ ନିର୍ବାଚନ ମଧ୍ୟ ଲଢୁନାହାନ୍ତି ବୋଲି କହିଛନ୍ତି ନବୀନ । ମୁଁ ସରକାରରେ ସବୁ ନିଷ୍ପତ୍ତି ନିଏ । ବିରୋଧୀ ଏଭଳି ଅଭିଯୋଗ ପୂର୍ବରୁ ମଧ୍ୟ ଆଣିଛନ୍ତି । ମୁଁ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରେ । କୌଣସି କ୍ୟାବିନେଟ ବୈଠକ ହୋଇନାହିଁ ଯେଉଁ ବୈଠକରେ ମୁଁ ଅଧ୍ୟକ୍ଷତା କରିନାହିଁ । ଏହାସହ ନବୀନ କହିଛନ୍ତି, ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି । ମାସେ ହେଲା ଖରାରେ ପ୍ରଚାର କରୁଛି । ରାଜ୍ୟବାସୀଙ୍କ ସେବା କରିବାକୁ ସମ୍ପୂର୍ଣ୍ଣ ଫିଟ୍ ଥିବା ସେ କହିଛନ୍ତି । ବିଜେପି ହତାଶ ହୋଇ ମିଥ୍ୟା ପ୍ରଚାର କରୁଛି । ଗତ ୧୦ ବର୍ଷ ହେବ ବିଜେପିର କିଛି ନେତା ଏମିତି ଅପପ୍ରଚାର କରୁଛନ୍ତି । ଯଦି ପ୍ରଧାନମନ୍ତ୍ରୀ ସତରେ ମୋ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ତେବେ ଫୋନ କରି ବୁଝି ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରି ପାରିଥାନ୍ତେ । ନିର୍ବାଚନ ସମୟରେ ଏଭଳି କହିବା କେବଳ ଭୋଟ ପାଇଁ ବୋଲି କହିଛନ୍ତି ନବୀନ ।

author

Related Articles

Leave a Reply

Your email address will not be published. Required fields are marked *