ଭୁବନେଶ୍ୱର ଏମ୍ସରେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର ଏମ୍ସରେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର ଏମସ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ । ସୋମବାର ସନ୍ଧ୍ୟାରେ ବିରୋଧୀଙ୍କ ଆକ୍ରମଣରେ ଆହତ ହୋଇଥିବା ପ୍ରଦୀପ ପାଣିଗ୍ରାହୀଙ୍କ ପଞ୍ଜରା ହାଡରେ ଆଘାତ ଲାଗିଥିବା ସୂଚନା ମିଳିଛି । ଗତକାଲି ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଭୋଟ ସରିବା ପରେ ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ପ୍ରଦୀପ ପାଣିଗ୍ରାହୀଙ୍କ ସମର୍ଥକ ଏବଂ ସ୍ୱାଧୀନ ବିଧାନସଭା ପ୍ରାର୍ଥୀ ଶିବଶଙ୍କର ଦାସ ସମର୍ଥକଙ୍କ ମଧ୍ୟରେ କୌଣସି କାରଣ ପାଇଁ ହାତାହାତି ହୋଇଥିଲେ । ଆଉ ଏହି ସମୟରେ ଶିବଶଙ୍କର ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ । ତେବେ ତାଙ୍କୁ ଗୁରୁତର ଅବସ୍ଥାରେ ଏମ କେସିଜିରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଆଜି ସକାଳୁ ତାଙ୍କୁ ଭୁବନେଶ୍ୱର ଏମସ ସ୍ଥାନାନ୍ତର କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *