ଭୁବନେଶ୍ୱର ୪୩ ନମ୍ବର ୱାର୍ଡ ବୁଧେଶ୍ୱରୀ କଲୋନୀରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ସୋମବାର ରାତିରେ ଜନସମ୍ପର୍କ ସଭାକୁ ଆସୁଥିବାବେଳେ ଏକ ଗୋଷ୍ଠୀ ତାଙ୍କୁ ବିରୋଧ କରିଛନ୍ତି । ଏହାପରେ ଅପରାଜିତାଙ୍କ ସମର୍ଥକ ଓ ବିରୋଧୀ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ବିକ୍ଷୋଭକାରୀ ଅଭିଯୋଗ କରିଛନ୍ତି ଯେ ସାଂସଦଙ୍କର ଗତ ୪ ବର୍ଷ ହେଲା ଦେଖା ମିଳୁନଥିଲା । ଦିନେ ମଧ୍ୟ ସାଂସଦଙ୍କ ପାଦ ୪୩ ନଂ ୱାର୍ଡରେ ପଡିନାହିଁ । ଏବେ ନିର୍ବାଚନ ପାଖେଇ ଆସିବାରୁ ସାଂସଦ ପୁଣି ଆସୁଥିବାରୁ ତାଙ୍କୁ ବିରୋଧ କରିଛନ୍ତି । ଅନ୍ୟପଟେ ଏହାକୁ ବିରୋଧ କରି ମୁହଁ ଖୋଲିଥିଲେ ଅପରାଜିତା । କହିଛନ୍ତି କି ଜଣେ ନିର୍ବାଚିତ ପ୍ରତିନିଧିଙ୍କ ସହ ଏଭଳି ବ୍ୟବହାର ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ପ୍ରୋତ୍ସାହନରେ ହୋଇଛି ବୋଲି ଅଭିଯୋଗ କରିଛନ୍ତି ଭୁବନେଶ୍ୱର ସାଂସଦ ।