ମହଣ ମହଣ ସୁନାରେ ସଜେଇ ହେବେ ମହାପ୍ରଭୁ

ମହଣ ମହଣ ସୁନାରେ ସଜେଇ ହେବେ ମହାପ୍ରଭୁ

ଆଜି ଶ୍ରୀମନ୍ଦିରରେ ସୁବର୍ଣ୍ଣ ଅଳଙ୍କାରରେ ଆଭୂଷିତ ହୋଇ ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ବିଜୟା ଦଶମୀ ଉପଲକ୍ଷେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଅବକାଶ ନୀତି ପରେ ଶ୍ରୀଜିଉଙ୍କର ସୁନାବେଶ ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ୫ଟି ସୁନାବେଶରୁ ଶ୍ରୀମନ୍ଦିରରେ ୪ଟି ଓ ରଥ ଉପରେ ଗୋଟିଏ ସୁନାବେଶ ହୋଇଥାଏ । ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହେବେ ମହାପ୍ରଭୁ । ମହାପ୍ରଭୁଙ୍କ ଏହି ସୁନାବେଶ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ । ସକାଳ ଧୂପ ନୀତି ପରେ ଚକ୍ର ମାଜଣା ହେବା ସହ ଆୟୁଧ ପୂଜା ହୋଇଥିଲା । ଏହା ପରେ ଭିତର ବେଢା ପରିକ୍ରମା ପରେ ମହାପ୍ରଭୁ ଆୟୁଧ ହସ୍ତରେ ଧାରଣ କରିଥାନ୍ତି ।

author

Related Articles

Leave a Reply

Your email address will not be published. Required fields are marked *