ମହମ୍ମଦ ମୋକିମଙ୍କୁ ହାଇକୋର୍ଟଙ୍କ ଛାଟ

ମହମ୍ମଦ ମୋକିମଙ୍କୁ ହାଇକୋର୍ଟଙ୍କ ଛାଟ

କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିଙ୍କୁ ହାଇକୋର୍ଟର ଛାଟ । ମହମ୍ମଦ ମୋକିମଙ୍କ ନିବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ । ନାମାଙ୍କନ ବେଳେ ଭୁଲ ତଥ୍ୟ ଦେଇଥିବା ଅଭିଯୋଗ ହୋଇଥିଲା । ଯାହାର ଶୁଣାଣି କରି ହାଇକୋର୍ଟ ଏଭଳି ରାୟ ଦେଇଛନ୍ତି । ସେତେବେଳେ ପ୍ରତିଦ୍ୱନ୍ଦ୍ୱୀ ଥିବା ବିଜେଡି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ନାମାଙ୍କନପତ୍ରରେ ଭୁଲ ଥିବା ଦର୍ଶାଇ ଅଭିଯୋଗ କରିଥିଲେ । ନିର୍ବାଚନ ସତ୍ୟପାଠରେ ଅନିୟମିତତା ଥିବା ନେଇ ଅଭିଯୋଗ ଆଣିଥିଲେ ଦେବାଶିଷ । ଯାହାର ଶୁଣାଣି ଶେଷ ହେବା ପରେ ରାୟ ସଂରକ୍ଷିତ କରାଯାଇଥିଲା । ଆଜି ଏହାର ରାୟ ପ୍ରକାଶ ପାଇବା ସହ ମୋକିମଙ୍କ ବିଧାୟକ ପଦକୁ ଅସିଦ୍ଧ ଘୋଷଣା କରିଛନ୍ତି ହାଇକୋର୍ଟ । ଏଭଳି ରାୟ ମୋକିମଙ୍କ ରାଜନୈତିକ ଭବିଷ୍ୟତ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

author

Related Articles

Leave a Reply

Your email address will not be published. Required fields are marked *