ମାହାଙ୍ଗା ଡବଲ ମର୍ଡର ମାମଲାରେ ପ୍ରତାପ ଜେନାଙ୍କୁ ଆଶ୍ୱସ୍ତି

ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କୁ ମିଳିଲା ଆଶ୍ୱସ୍ତି । ମାହାଙ୍ଗା ଡବଲ ମର୍ଡର ମାମଲାରେ ହାଇକୋର୍ଟ ବଢାଇଲେ ଅନ୍ତରୀଣ ସୁରକ୍ଷା ଅବଧି । ଆସନ୍ତା ଜାନୁୟାରୀ ୧୭ ତାରିଖ ଯାଏଁ ବଢ଼ିଲା ବିଧାୟକଙ୍କ ଅନ୍ତରୀଣ ସୁରକ୍ଷା । ଆସନ୍ତା ୧୭ ଜାନୁୟାରୀରେ ଏହି ମାମଲାର ପରବର୍ତୀ ଶୁଣାଣି ହେବ । ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ତାଙ୍କ ନିଜ ବିରୁଦ୍ଧରେ ହୋଇଥିବା ମାମଲା ଖାରଜ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ତେବେ ଆସନ୍ତା ୧୭ ଜାନୁୟାରୀ ଯାଏଁ ବିଧାୟକଙ୍କ ବିରୁଦ୍ଧରେ ଏହି ମାମଲାରେ କୌଣସି ପ୍ରକାର କାର୍ଯ୍ୟାନୁଷ୍ଠାନ ନିଆଯାଇପାରିବ ନାହିଁ ।

author

Related Articles

Leave a Reply

Your email address will not be published. Required fields are marked *