ମେ ପହିଲାରୁ ପ୍ରବଳ ବର୍ଷିବ !

ମେ ପହିଲାରୁ ପ୍ରବଳ ବର୍ଷିବ !

ରାଜ୍ୟରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ସକାଳୁ ସକାଳୁ ନିଆଁ ବର୍ଷା ହେଉଛି । ସକାଳ 8ଟାରୁ ତାପମାତ୍ରା 33 ଡିଗ୍ରୀ ପାର କଲାଣି । ସବୁଠୁ ଉତ୍ତପ୍ତ ସହର ପାଲଟିଛି ବାଲେଶ୍ୱର ଓ ବାରିପଦା । 36 ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ମାଲକାନଗିର ଓ କେନ୍ଦୁଝରରେ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ମେ ୧ ତାରିଖ ଯାଏ ଏଭଳି ତାତି ଜାରି ରହିବ ବୋଲି ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ମେ ପ୍ରଥମ ସପ୍ତାହରୁ ତାପମାତ୍ରାରେ ସାମନ୍ୟ ହ୍ରାସ ଘଟିବା ନେଇ ଆକଳନ କରାଯାଇଛି । ପଶ୍ଚିମାଝଡ଼ ପ୍ରଭାବରେ ମେ ପହିଲାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ଏ ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।

author

Related Articles

Leave a Reply

Your email address will not be published. Required fields are marked *