ମୋହନଙ୍କୁ ଚିଠି ଲେଖିଲେ ନବୀନ

ମୋହନଙ୍କୁ ଚିଠି ଲେଖିଲେ ନବୀନ

ଆକ୍ସନ ମୋଡରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କ ପହଣ୍ଡି ବିଜେ ସମୟରେ ଆଡପ ମଣ୍ଡପରୁ ଚାରମାଳ ଉପରେ ପଡିଯିବା ଘଟଣାକୁ ନେଇ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । ନିଜ ଚିଠିରେ ସେ ଉଲ୍ଲେ୍‌ଖ କରିଛନ୍ତି ଯେ, ମହାପ୍ରଭୁ ଓଡିଆ ଜାତିର ମୁରବୀ । ଆମ ବିଶ୍ୱାସର କେନ୍ଦ୍ରବିନ୍ଦୁ ଓ ପ୍ରତୀକ । ଆଡପ ମଣ୍ଡପକୁ ବଡ ଠାକରଙ୍କୁ ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା ତାହା ସାରା ବିଶ୍ୱର ଜଗନ୍ନାଥପ୍ରେମୀଙ୍କୁ ବ୍ୟଥିତ କରିଛି । ସେ ନିଜେ ମଧ୍ୟ ଏଥିରେ ଅତ୍ୟନ୍ତ ମର୍ମାହତ । ଚାରାମାଳରୁ ବଡଠାକୁର ମୁହଁ ମାଡି ହୋଇ ପଡିଯିବା ଅତି ହୃଦୟ ବିଦାରକ ଘଟଣା ଥିଲା । ଏଭଳି ସ୍ପର୍ଶକାତର ମାମଲାରେ ମନ୍ତ୍ରୀ ଯେଉଁଭଳି ହାଲୁକା ମନ୍ତବ୍ୟ ଦେଲେ ଏହା ଭକ୍ତର ଭାବାବେଗକୁ ଦେଇଛି । ସରକାରଙ୍କ ଏଭଳି ଆଭିମୁଖ୍ୟ ଜଗନ୍ନାଥ ପ୍ରେମୀଙ୍କ ଆଶ୍ୱସ୍ତ କରିବାରେ ସକ୍ଷମ ହେଲା ନାହିଁ ବୋଲି ସେ ନିଜ ଚିଠି ମାଧ୍ୟମରେ ମୁଖ୍ୟମନନ୍ତ୍ରୀଙ୍କୁ ଜଣାଇଛନ୍ତି । ଏହା ସହ ରଥ ଯାତ୍ରାର ହଜାର ହଜାର ବର୍ଷର ପରମ୍ପରାରେ ଏଭଳି ଘଟଣା କେବେ ବି ଘଟିନଥିବା ମଧ୍ୟ ନିଜ ଚିଠିରେ ଦର୍ଶାଇଛନ୍ତି । ଏହା ସହ ଏ ଦିଗରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବା ପାଇଁ ସେ ପରାମର୍ଶ ଦେଇଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *