ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଆଜି ହେଉଛି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । କୋଟି ଓଡିଆଙ୍କ ମଉଡମଣି ଆଜି ବଡଦାଣ୍ଡଙ୍କୁ ଆସି ତାଙ୍କ ଭକ୍ତଙ୍କୁ ଦର୍ଶନ ଦେବେ । ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ନିଜର ‘ଏକ୍ସ’ ଏକାଉଣ୍ଟରେ ଲେଖିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ  ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି।

author

Related Articles

Leave a Reply

Your email address will not be published. Required fields are marked *