ରଥଯାତ୍ରା ପାଇଁ ପୁରୀକୁ ଗଡିବ ୩୧୫ଟି ସ୍ୱତନ୍ତ୍ର ଟ୍ରେନ

ରଥଯାତ୍ରା ପାଇଁ ପୁରୀକୁ ଗଡିବ ୩୧୫ଟି ସ୍ୱତନ୍ତ୍ର ଟ୍ରେନ

ପାଖେଇ ଆସୁଛି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା । ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛିା ଆଉ ଏହି ସମୟରେ ପୁରୀକୁ ମହାପ୍ରଭୁଙ୍କ ରଥ ଯାତ୍ରା ଦେଖିବା ପାଇଁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଆସିବେ । ତେଣୁ ସେମାନଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ୩୧୫ଟି ସ୍ୱତନ୍ତ୍ର ଟ୍ରେନ ଚଳାଇବାକୁ ପ୍ରସ୍ତୁତି ହୋଇଛିା ଏହା ପୂର୍ବରୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀ ଗସ୍ତରେ ଆସି ଯାତ୍ରୀଙ୍କ ପାଇଁ ରେଳବାଇ ପକ୍ଷରୁ କରାଯାଇଥିବା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ରେଳବାଇ ଦ୍ୱାରା ରଥଯାତ୍ରା ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ଆଲୋକପାତ କରି ରେଳମନ୍ତ୍ରୀ କହିଛନ୍ତି ଯେ ଚଳିତ ଥର ରଥଯାତ୍ରାରେ ୧୫ଲକ୍ଷ ଶ୍ରଦ୍ଧାଳୁ ଆସିବେ । ଯାତ୍ରୀଙ୍କ ପାଇଁ ଚଳିତ ରଥଯାତ୍ରା ଅବସରରେ ପୂର୍ବତଟ ରେଳପଥ ପକ୍ଷରୁ ଚାଲିବାକୁ ଥିବା ସ୍ୱତନ୍ତ୍ର ଟ୍ରେନରେ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ, ଛତିଶଗଡ଼ ଓ ପଶ୍ଚିମବଙ୍ଗ ସମେତ ଓଡ଼ିଶାର ବିଭିନ୍ନ ଜିଲ୍ଳାରୁ ମଧ୍ୟ ଯାତ୍ରୀ ଆସିବେ । ଯାତ୍ରୀଙ୍କୁ ପୁରୀକୁ ଓ ପୁରୀରୁ ନିଜ ଗନ୍ତବ୍ୟ ସ୍ଥଳକୁ ପହଞ୍ଚାଇବା ଲକ୍ଷ ରଖାଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *