ରାଉରକେଲାରେ ଭୋଟ ମାଗିଲେ ମୁଖ୍ୟମନ୍ତ୍ରୀ

ରାଉରକେଲାରେ ଭୋଟ ମାଗିଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଯାଇଛି । ଏବଂ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନେତାଠୁ ସାଧାରଣ ଜନତା ସମସ୍ତେ ପ୍ରସ୍ତୁତ । ପ୍ରଚାର ମଇଦାନରେ ବେଶ ଜମୁଛି ନେତାମନ୍ତ୍ରୀଙ୍କ ପ୍ରଚାର । ରାଉରକେଲାରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏତେ ଖରାରେ ଆସିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ । ଏହାସହ ଜନସଭାକୁ ସମ୍ବୋଧିତ କରି ନବୀନ କହିଛନ୍ତି, ଜୁଲାଇରୁ ବିଜୁଳି ବିଲ ଆସିବ ନାହିଁ । ବିଜେଡି ସରକାର ବିଜୁଳି ମାଗଣା ଦେବେ, ଆପଣ ମାନେ ଖୁସି ତ । ଏହାସହ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ବିରୋଧୀ ଦଳ ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ତେଣୁ ସେମାନଙ୍କୁ ଭରସା ନକରି ବିଜେଡି ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

author

Related Articles

Leave a Reply

Your email address will not be published. Required fields are marked *