ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ….

ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ….

ଆଜି ହେଉଛି ପବିତ୍ର ରକ୍ଷା ବନ୍ଧନ । ଭାଇ ଓ ଭଉଣୀର ପବିତ୍ର ବନ୍ଧନ ହେଉଛି ରକ୍ଷା ବନ୍ଧନ । ରାଜ୍ୟ ଅତିଥି ଭବନରେ ଆୟୋଜିତ ରକ୍ଷାବନ୍ଧନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏବଂ ନିଜେ ରାକ୍ଷୀ ବାନ୍ଧିଛନ୍ତି । ସେଠାରେ ବିଭିନ୍ନ ସ୍କୁଲର ଛାତ୍ରୀମାନେ ଅତିଥି ଭବନରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧିଛନ୍ତି। ଏହାସହ ବିଭିନ୍ନ ଅନୁଷ୍ଠାନର ମହିଳା ଓ ମହିଳା ସାମ୍ବାଦିକା ମଧ୍ୟ ସାମିଲ ହୋଇଥିଲେ। ଅତିଥି ଭବନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂ ମଧ୍ୟ ଉପସ୍ଥିତି ଥିଲେ। ଅନ୍ୟପଟେ ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ସମ୍ବାଦ ଗ୍ରୁପର ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ । ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ରକ୍ଷା ବନ୍ଧନର ଶୁଭେଚ୍ଛା ଜଣାଇଛନ୍ତି।

author

Related Articles

Leave a Reply

Your email address will not be published. Required fields are marked *