ରାଜନୈତିକ ଲେଖା ଉପରେ ବିଏମସିର କଟକଣା

ରାଜନୈତିକ ଲେଖା ଉପରେ ବିଏମସିର କଟକଣା

କାନ୍ଥ ଲେଖା ଲିଭାଇବ ବିଏମସି  ଏବଂ ରାଜଧାନୀରୁ ହଟିବ ରାଜନୈତିକ ଲେଖା । ନିର୍ବାଚନ ଆୟୋଗଙ୍କ ଚିଠି ଆଧାରରେ କାମ ଆରମ୍ଭ ହେବ । ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିର୍ଦେଶ ପରେ ବିଏମ୍ସି ଅଞ୍ଚଳରୁ ସମସ୍ତ ରାଜନୈତିକ ଦଳର ପୋଷ୍ଟର ହଟିବା ପାଇଁ ପ୍ରସ୍ତୁତି କରିଛି ଭୁବନେଶ୍ୱର ମହାନଗର ନିଗମ । ଏହାସହ କାନ୍ଥ, ଗଛ ଓ ଖୁଂଟରେ ପୋଷ୍ଟର ଲଗାଇବା ଉପରେ କଟକଣା ଲଗାଯାଇଛି । ଭୁବନେଶ୍ୱରର ବିଭିନ୍ନ କାନ୍ଥ ଓ ପାଚେରୀରେ ଲେଖାଯାଇଥିବା ରାଜନୈତିକ ଲେଖା, ପୋଷ୍ଟର ଓ ବ୍ୟାନର ହଟାଯିବ । ନିର୍ବାଚନ ଆୟୋଗଙ୍କ ଗାଇଡ୍ ଲାଇନ୍ ଆଧାରରେ ଏହି କାମ କରାଯିବ ବୋଲି ବିଏମ୍ସି କମିଶନର ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି । ସମସ୍ତ ରାଜନୈତିକ ଦଳ ଗୁଡିକ ଏନେଇ ଅବଗତ ଅଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *