ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ

ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ

ରାଜ୍ୟରେ ତାତିରୁ ମିଳିଛି ସାମାନ୍ୟ ଆଶ୍ୱସ୍ତି । ଆସନ୍ତା ଦୁଇଦିନ ରାଜ୍ୟରେ କାଳବୈଶାଖୀ ତାଣ୍ଡବ ରଚିବ । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ପ୍ରବଳ ମାତ୍ରାରେ ବର୍ଷା,ପବନ ଓ ବଜ୍ରପାତ ହେବାର ଆଶଙ୍କା ରହିଛି । କିଛି ଜିଲ୍ଲାରେ ୩୦ରୁ ୫୫ କିଲୋମିଟର ପର୍ଯ୍ୟନ୍ତ ପବନ ବହିପାରେ । ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି ।ସେହିପରି ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଓ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

author

Related Articles

Leave a Reply

Your email address will not be published. Required fields are marked *