ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । କିଛି ସମୟ ପରେ ଏହା ଅବପାତର ରୂପ ନେବ । ଦକ୍ଷିଣପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତରପଶ୍ଚିମ ଦିଗରେ ଗତି କରିବ । ପରେ ଉତରପଶ୍ଚିମ ଦିଗରେ ଗତି କରି ୧୬ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ-ବଙ୍ଗୋପସଗର ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି । ପରବର୍ତୀ ସମୟରେ ଏହା ଦିଗ ପରିବର୍ତନ ସହ ଉତର-ଉତର-ପୂର୍ବ ଦିଗରେ ଗତି ୧୭ ତାରିଖ ବେଳକୁ ଉତର-ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ର ମଧ୍ୟରେ ଓଡ଼ିଶା ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । ଫଳରେ ଆଜିଠାରୁ ୧୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା ପାଇଁ କୁହାଯାଇଛି । ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଓ ୧୭ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତକାଲି ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ଗଞ୍ଜାମ, ଖୋର୍ଦ୍ଧା, ଭଦ୍ରକ, କଟକ ଯାଜପୁର, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧୭ ତାରିଖ ଦିନ ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ଏବେ ଯେପରି ଶୀତ ଜାରି ରହିଛି, ଆଗାମୀ ୪ରୁ ୫ ଦିନ ଏପରି ଶୀତ ଅନୁଭୂତ ହେବ ।
You can share this post!
author
Related Articles
ଖୋଲିବ ୩ଟି ଓମଫେଡ୍ ପ୍ଲାଣ୍ଟ…
- November 16, 2024
ନବୀନଙ୍କ ବଡ ନିଷ୍ପତ୍ତି; ନଭେମ୍ବର ଶେଷକୁ ହେବ…
- November 16, 2024
କୋବି କିଆରୀରେ ବାଘ
- November 16, 2024