ରାଜ୍ୟରେ ହେଲା ଆଉ ୨୨ ନୂଆ NAC

ରାଜ୍ୟରେ ହେଲା ଆଉ ୨୨ ନୂଆ NAC

ରାଜ୍ୟରେ ଆଉ ୨୨ଟି ଅଞ୍ଚଳକୁ ଏନଏସି ମାନ୍ୟତା ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ଆଜି ୨୨ଟି ନୂଆ ବିଜ୍ଞାପିତ ଅଞ୍ଚଳ ବା ଏନଏସି ଘୋଷଣା କରିଛନ୍ତି । ଏହାସହ ଭଞ୍ଜନଗର ଏନଏସି ମ୍ୟୁନିସିପାଲିଟିକୁ ଉନ୍ନୀତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ ଜିଲ୍ଲାର ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଘୋଷଣା କରିଛନ୍ତି।
ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି। ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ୱରର ବାଲିଆପାଳ ଓ ଖଇରା, ଭଦ୍ରକରଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ନର୍ଲା ଓମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ, ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓକାକଟପୁର, ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଯାଇଛି।

author

Related Articles

Leave a Reply

Your email address will not be published. Required fields are marked *