ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଅଶ୍ୱିନୀ ବୈଷ୍ଣବ

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଅଶ୍ୱିନୀ ବୈଷ୍ଣବ

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବିଜେପିର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବିଜେପିର ଅନେକ ବିଧାୟକ ମଧ୍ୟ ନାମାଙ୍କନପତ୍ର ଦାଖଲ ସମୟରେ ଉପସ୍ଥିତି ରହିଥିଲେ ।

ବିଜେପି ତରଫରୁ ପ୍ରାର୍ଥୀ, ବିଜେଡିର ସମର୍ଥନ । ନାମାଙ୍କନ ଦାଖଲ ପୂର୍ବରୁ ଗତକାଲି ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶୀର୍ବାଦ ନେଇଛନ୍ତି ଅଶ୍ୱିନୀ ବୈଷ୍ଣବ। ଏଥିସହ ପୁରୀରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ୨୦୧୯ ରାଜ୍ୟସଭା ନିର୍ବାଚନ ବେଳେ ବି ସମାନ ଘଟଣା ଦେଖିବାକୁ ମିଳିଥିଲା । ସେତେବେଳେ କିନ୍ତୁ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ପ୍ରଥମେ ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ପରେ ସେ ବିଜେପି ପ୍ରାର୍ଥୀ ବୋଲି ସ୍ପଷ୍ଟ କରିଥିଲା। ଆଉ ବିଜେଡି ସମର୍ଥନରେ ହିଁ ଅଶ୍ୱିନୀ ରାଜ୍ୟସଭାକୁ ନିର୍ବାଚିତ ହୋଇ ମୋଦି ସରକାରରେ ମନ୍ତ୍ରୀ ହୋଇଥିଲେ।

author

Related Articles

Leave a Reply

Your email address will not be published. Required fields are marked *