ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ମମତା ମହନ୍ତ

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ମମତା ମହନ୍ତ

ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ମମତା ମହନ୍ତ । ଆଜି ବିଜେପିର ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି । ବିଧାନସଭା ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିଲେ ମମତା ମହନ୍ତ । ମମତାଙ୍କ ନାମାଙ୍କନରେ ପ୍ରଥମ ପ୍ରସ୍ତାବକ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତେବେ ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ବେଳେ ଅସନ୍ତୋଷ ଝାଡ଼ିଥିଲେ ମମତା। ତାଙ୍କୁ ଦଳରେ ଅଣଦେଖା କରାଯାଇଥିବା ସେ ଅଭିଯୋଗ ଆଣିଥିଲେ। ପରଦିନ ସେ ବିଜେପିରେ ମିଶିଥିଲେ, ଏବେ ସେ ନାମାଙ୍କନ ଭରିଛନ୍ତି । ଅନ୍ୟପଟେ ସଂଖ୍ୟା ଦୃଷ୍ଟିରୁ ଶାସକ ଦଳ ବିଜେପି ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହନ୍ତ ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ। ହେଲେ ଆବଶ୍ୟକତା ପଡିଲେ ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ।

author

Related Articles

Leave a Reply

Your email address will not be published. Required fields are marked *