ରାତି ପାହିଲେ ରାଜ୍ୟରେ ପଡିବ ଭୋଟ

ରାତି ପାହିଲେ ରାଜ୍ୟରେ ପଡିବ ଭୋଟ

ରାତି ପାହିଲେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପଡିବ ଭୋଟ । ଏଥିପାଇଁ ଜୋରସୋରରେ ଚାଲିଛି ପ୍ରସ୍ତୁତି । ଲୋକସଭା ପାଇଁ ଦେଶରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ସରିଥିବା ବେଳେ ସୋମବାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ୯ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ୯୬ଟି ଆସନ ପାଇଁ ମତଦାନ ହେବ । ତେବେ ସୋମବାର ଓଡିଶା ସମେତ ଆନ୍ଧ୍ରପ୍ରଦେଶ, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, ତେଲେଙ୍ଗାନା, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଝାଡଖଣ୍ଡ, ଜମ୍ମୁକାଶ୍ମୀରରେ ମତଦାନ ହେବ ।


ଏପଟେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ କାଉଣ୍ଟ ଡାଉନ ଆରମ୍ଭ ହୋଇଯାଇଛି । ଆସନ୍ତାକାଲି ରାଜ୍ୟର ୪ଟି ସଂସଦୀୟ କ୍ଷେତ୍ର ଏବଂ ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ଅନୁଷ୍ଠିତ ହେବ । ପ୍ରଥମ ପର୍ଯ୍ୟାୟରେ ୬୨ ଲକ୍ଷ ୮୭ ହଜାର ଭୋଟର ମତଦାନ କରିବେ । ତେବେ ଶନିବାର ଠାରୁ ନିର୍ବାଚନ ହେବାକୁ ଥିବା ସମସ୍ତ ପୋଲିଂ ବୁଥକୁ ଇଭିଏମ ପଠାଯାଇଛି । ପୋଲିଂ ଅଧିକାରୀମାନେ ଇଭିଏମ ସହ ଭିଭିପାଟ ମେସିନ ସାଙ୍ଗରେ ଧରି ନିଜ ନିଜ ପୋଲିଂ ବୁଥକୁ ଯାଇଛନ୍ତି । ସମ୍ବେଦନଶୀଳ ବୁଥ ଗୁଡିକରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *