ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ଯିବେ ନାହିଁ କଂଗ୍ରେସ ନେତା

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ଯିବେ ନାହିଁ କଂଗ୍ରେସ ନେତା

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ଯିବେ ନାହିଁ କଂଗ୍ରେସ ନେତା । ଅଯୋଧ୍ୟାରେ ଜାନୁଆରୀ ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି ବହୁ ପ୍ରତିକ୍ଷୀତ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବ । ଏହି ସମାରୋହଙ୍କୁ ଅନେକ ଲୋକ ଓ ରାଜନୈତିକ ଦଳମାନଙ୍କୁ ନିମନ୍ତ୍ରଣ ମିଳିଥିଲେ ବି କଂଗ୍ରେସ ନେତାମାନେ ଏହି ଉତ୍ସବରେ ଯୋଗ ଦେବେ ନାହିଁ । ଏନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡେଗ ଏବଂ ଅଧିର ରଞ୍ଜନ ଚୌଧୁରୀ ସ୍ପଷ୍ଟ କରିଛନ୍ତି ।

ଏହା ବିଜେପି ଓ ଆରଏସଏସର ବ୍ୟକ୍ତିଗତ ଉତ୍ସବ ବୋଲି କଂଗ୍ରେସ ନେତା କହିଛନ୍ତି ।କଂଗ୍ରେସ ମହାସଚିବ ଜୟରାମ ରମେଶ କହିଛନ୍ତି କି, ଆମ ଦେଶର ଲକ୍ଷ ଲକ୍ଷ ଲୋକ ଭଗବାନ ରାମଙ୍କର ପୂଜା କରିଥାନ୍ତି । ଧର୍ମ ଏକ ବ୍ୟକ୍ତିଗତ ବ୍ୟାପାର, ହେଲେ ଆରଏସଏସ ଓ ବିଜେପି ଅନେକ ବର୍ଷ ଧରି ଅଯୋଧ୍ୟାର ରାମ ମନ୍ଦିରକୁ ରାଜନୈତିକ ପ୍ରକଳ୍ପ ଭାବେ ବ୍ୟବହାର କରୁଛନ୍ତି । ବିଜେପି ଓ ଆରଏସଏସ ନେତମାନେ ଅଧା ନିର୍ମାଣ ହୋଇଥିବା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କେବଳ ନିର୍ବାଚନୀ ଲାଭ ପାଇଁ କରୁଥିବା ଜୟରାମ ରମେଶ କହିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *