ଶଙ୍ଖ ଫୁଙ୍କିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

ଶଙ୍ଖ ଫୁଙ୍କିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

ପାଖେଇଲାଣି ନିର୍ବାଚନ ହଲେ ସରୁନି ମିଶ୍ରଣ ପର୍ବ । ଆଜି ବିଜେଡିରେ ସାମିଲ ହୋଇଛନ୍ତି ଓଲିଉଡର ଚର୍ଚ୍ଚିତ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଶଙ୍ଖ ଭବନରେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ଗତ ସାଧାରଣ ନିର୍ବାଚନରେ ବିଜେଡି ପାଇଁ ପ୍ରାଚର କରୁଥିଲେ ବର୍ଷା କିନ୍ତୁ ଆଜି ସେ ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି । ଗତ ସାଧାରଣ ନିର୍ବାଚନ ସମୟରେ ବର୍ଷା ମଧ୍ୟ ବିଜେଡି ପାଇଁ ପ୍ରଚାର କରିଥିଲେ । ବିଜେଡିରେ ସାମିଲ ହେଇ ବର୍ଷା କହିଛନ୍ତି, ସେ ନବୀନ ପଟ୍ଟନାୟକଙ୍କ ଫ୍ୟାନ୍, ତାଙ୍କ ପାଇଁ ସେ ଗୋଟିଏ ସିନେମା ମଧ୍ୟ କରିଛି । ନବୀନଙ୍କ ସ୍ୱଚ୍ଛ ଓ ନିର୍ମଳ ଭାବମୂର୍ତ୍ତି ତାଙ୍କୁ ସବୁବେଳେ ପ୍ରେରଣା ଦେଇଥାଏ  ଏବଂ ବିଜେଡିରେ ସାମିଲ ହୋଇ ଭିକେ ପାଣ୍ଡିଆନ୍ ଏବଂ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଧନ୍ୟବାଦ ଦେଇଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *