ଶୀତରେ ଥରୁଛି ସାରା ରାଜ୍ୟ

ଧୀରେ ଧୀରେ ବଢୁଛି ଜାଡ । ଗତକାଲି ରାତିରେ ୧୦ ଡିଗ୍ରୀ ତଳେ ରହଥିଲା ୧୦ ସହରର ତାପମାତ୍ରା । ଗତ କିଛି ଦିନ ହେବ ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହୁଛି । ଫଳରେ ଶୀତରେ ଥରହର ହେଉଛନ୍ତି ଲୋକେ । ଆଗକୁ ମଧ୍ୟ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ଖସିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୪ରୁ ୫ ଦିନ ଯାଏଁ ଏଭଳି ପାଗ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ୱରସ୍ଥିତ ଆଞ୍ଚଳିତ ପାଣିପାଗ ବିଭାଗ ପକ୍ଷରୁ ହୋଇଥିବା ଟ୍ୱିଟ ଅନୁଯାୟୀ, ଆଜି କନ୍ଧମାଳର ଜି.ଉଦୟଗିରି ଓ ସୁନ୍ଦରଗଡ଼ ଜିଲ୍ଲାର କିରେଇରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରେକର୍ଡ କରାଯାଇଛି। କୋରାପୁଟରେ ୮.୬ ଡିଗ୍ରୀ, ଅନୁଗୁଳ ଓ କେନ୍ଦୁଝର ଓ କନ୍ଧମାଳ ଜିଲ୍ଲାର ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୯ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଭଦ୍ରକର ରାଣୀତାଲରେ ୯.୬ ଡିଗ୍ରୀ, ସୁନ୍ଦରଗଡ଼ରେ ୯.୮ ଡିଗ୍ରୀ ଓ ରାଉରକେଲାରେ ୯.୮ ଡିଗ୍ରୀ ରେକର୍ଡ କରାଯାଇଛି।

author

Related Articles

Leave a Reply

Your email address will not be published. Required fields are marked *