ସଂସଦରେ ଆତଙ୍କବାଦୀ ଆକ୍ରମଣକୁ ପୁରିଲା ୨୨ ବର୍ଷ

ସଂସଦରେ ଆତଙ୍କବାଦୀ ଆକ୍ରମଣକୁ ପୁରିଲା ୨୨ ବର୍ଷ

ସଂସଦରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ପୁରିଲା ୨୨ ବର୍ଷ । ସହିଦଙ୍କ ବଳିଦାନକୁ ମନେ ପକାଉଛି ସାରା ଦେଶ । ଏହି ଆକ୍ରମଣରେ ସହିଦ ହୋଇଥିବା ବୀର ଯବାନଙ୍କୁ ଦିଆଗଲା ଶ୍ରଦ୍ଧାଞ୍ଜଳି । ସଂସଦ ଭବନ ପରିସରରେ ପହଞ୍ଚି ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।
ସହିଦଙ୍କ ପରିବାର ଲୋକଙ୍କ ସହ ମଧ୍ୟ ଆଲୋଚନା କରିଥିଲେ ମୋଦି । ପ୍ରଧାନମନ୍ତ୍ରୀଙ୍କ ସମେତ ଲୋକସଭା ବାଚସ୍ପତି ଓମ୍ ବିର୍ଲା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରମୁଖ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଶ୍ରଦ୍ଧାଞ୍ଜଳି ଦେବା ସହ ସହିଦଙ୍କ ଉଦ୍ଦେଶ୍ୟରେ ଏକ ମିନିଟର ନୀରବ ପ୍ରାର୍ଥନା କରାଯାଇଥିଲା ।

author

Related Articles

Leave a Reply

Your email address will not be published. Required fields are marked *